ମଙ୍କିପକ୍ସର ଯାଞ୍ଚ ହେବ ସହଜ, ଲଞ୍ଚ୍ ହେଲା ନୂଆ RT-PCR କିଟ୍

ମଙ୍କିପକ୍ସର ଯାଞ୍ଚ ହେବ ସହଜ, ଲଞ୍ଚ୍ ହେଲା ନୂଆ RT-PCR କିଟ୍

ପ୍ରିଜମ ନ୍ୟୁଜ ବ୍ୟୁରୋ: କରୋନା ପରେ ସାରା ବିଶ୍ୱରେ ଏବେ ଚିନ୍ତା ବଢାଉଛି ମଙ୍କିପକ୍ସ ଭାଇରସ। ବର୍ତ୍ତମାନ ସୁଦ୍ଧା ଏହି ରୋଗ ୨୯ରୁ ଅଧିକ ଦେଶରେ ବ୍ୟାପିସାରିଲାଣି। ପ୍ରାୟ ୨୦୦ ଟି ମାମଲା ଚିହ୍ନଟ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ପକ୍ଷରୁ ସତର୍କତା ଜାରି କରାଯାଇଛି। ହୁ କହିବା ଅନୁଯାୟୀ, ସତର୍କ ନ ରହିଲେ ମଙ୍କିପକ୍ସ ଭାଇରସ ଗୋଷ୍ଠୀ ସଂକ୍ରମଣର ରୂପ ନେଇପାରେ। ଆମେରିକା ଏବଂ ୟୁରୋପରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି।ଭାରତରେ ଏପର୍ଯ୍ୟନ୍ତ ଏହି ରୋଗର କୌଣସି ମାମଲା ସାମ୍ନାକୁ ଆସିନାହିଁ । ମାତ୍ର ସରକାର ଏଥିରୁ ବର୍ତ୍ତିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ।

ତେବେ ଭାରତର ଏକ ପ୍ରମୁଖ କମ୍ପାନୀ ଏହି ରୋଗର ଯାଞ୍ଚ ପାଇଁ ନୂଆ RT-PCR କିଟ୍ ଲଞ୍ଚ କରିଛି ।ରିପୋର୍ଟ ଅନୁସାରେ ଟ୍ରିଭିଟ୍ରୋନ୍ ହେଲ୍ଥକେୟାରର ରିସର୍ଚ୍ଚ ଆଣ୍ଡ୍ ଡେଭଲପମେଣ୍ଟ ଟିମ୍ ଏହି RT-PCR କିଟ୍ ପ୍ରସ୍ତୁତ କରିଛି । ଏହି କିଟ୍ ୪ଟି ରଙ୍ଗରେ ପ୍ରସ୍ତୁତ କରାଯାଇଛି । ସବୁ ରଙ୍ଗରେ ଏକ ସ୍ବତନ୍ତ୍ର ଫ୍ଲେଭର ବ୍ୟବହାର କରାଯାଇଛି । କମ୍ପାନୀ ଅନୁସାରେ ସିଙ୍ଗଲ ଟ୍ୟୁବ୍‌ରେ ସ୍ବାବ୍ ଟେଷ୍ଟ ମାଧ୍ୟମରେ ଏହି ପରୀକ୍ଷା କରାଯିବ । ଏଥିରେ ଚିକେନପକ୍ସ ଏବଂ ମଙ୍କିପକ୍ସ ସମ୍ପର୍କରେ ସହଜରେ ପତ୍ତା ଲଗାଯାଇପାରିବ । ସମ୍ପୂର୍ଣ୍ଣ ପ୍ରକ୍ରିୟା ପାଇଁ କେବଳ ଏକ ଘଣ୍ଟା ସମୟ ଲାଗିବ ।ଇଣ୍ଡିଆନ୍ ମେଡିକାଲ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) କହିଛି ଯେ, ଭାରତରେ ଏପର୍ଯ୍ୟନ୍ତ ମଙ୍କିପକ୍ସର ଗୋଟିଏ ବି ମାମଲା ସାମ୍ନାକୁ ଆସିନାହିଁ । ମାତ୍ର ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ସମସ୍ତ ରାଜ୍ୟକୁ ଏହି ରୋଗର ଲକ୍ଷଣ କୁହାଯିବା ସହ ସତର୍କ ରହିବାକୁ କୁହାଯାଇଛି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: