18+ଙ୍କୁ ଟିକା: ଆଜିଠାରୁ ଅନଲାଇନରେ ପଞ୍ଜୀକରଣ

18+ଙ୍କୁ ଟିକା: ଆଜିଠାରୁ ଅନଲାଇନରେ ପଞ୍ଜୀକରଣ

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ମେ ପହିଲାରୁ ଆରମ୍ଭ ହେବାକୁ ଯାଉଛି ତୃତୀୟ ପର୍ଯ୍ୟାୟ ଟିକାକରଣ । ଏଥିପାଇଁ କୋଓ୍ୱିନ୍ ପୋର୍ଟାଲ୍ କିମ୍ବା ଆରୋଗ୍ୟ ସେତୁ ଆପ୍ ମାଧ୍ୟମରେ ଆଜିଠୁ ପଞ୍ଜୀକରଣ କରାଯାଇପାରିବ । ତେବେ ଟିକା ନେବା ପାଇଁ ଏବେ ସ୍ଲଟ୍ ମିଳିବ ନାହିଁ । ଟିକା ଆସିବା ପରେ ପଞ୍ଜୀକୃତ ବ୍ୟକ୍ତିଙ୍କୁ ସ୍ଳଟ୍ ଆବଣ୍ଟନ କରାଯିବ ।

https://twitter.com/PrismNewsOdisha/status/1387250252042829827

ଦୁଇ ଟିକା ଉତ୍ପାଦନ କଂପାନୀଠାରୁ ଟିକା ପହଞ୍ଚିବାରେ ବିଳମ୍ବ ହେବାର ଆଶଙ୍କା ଥିବାରୁ ଟିକାକରଣ ଡେରି ହୋଇପାରେ ବୋଲି କହିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ୩ କୋଟି ୭୭ ଡୋଜ୍ କୋଭିସିଲ୍ଡ ଓ ୧୦ ଲକ୍ଷ ୩୪ ହଜାର ଡୋଜ୍ କୋଭାକ୍ସିନ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅର୍ଡର ଦେଇସାରିଛି । କିନ୍ତୁ ଟିକା କେବେ ମିଳିବ ତାହା ସ୍ପଷ୍ଟ ହୋଇନି ।

୧୮ରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ଆଜିଠାରୁ ଅନଲାଇନରେ ଆରମ୍ଭ ହେବାକୁ ଥିବାରୁ ଏହାକୁ ନେଇ ଯୁବବର୍ଗ ଉତ୍ସାହିତ ରହିଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: