ଗିରଫ ହେଲେ ମୁଖ୍ଯ ଅଭିଯୁକ୍ତ ଶର୍ମିଷ୍ଠା

ଗିରଫ ହେଲେ ମୁଖ୍ଯ ଅଭିଯୁକ୍ତ ଶର୍ମିଷ୍ଠା

ପ୍ରିଜମ ନ୍ୟୁଜ ବ୍ୟୁରୋ:ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଲାଗି ରହିଥିଲା କଳ୍ପନା ଜଳ୍ପନା। ମୁଖ୍ଯ ଅଭିଯୁକ୍ତ ଶର୍ମିଷ୍ଠା ରାଉତ୍ ଶେଷରେ ଭଦ୍ରକ ନଳାଙ୍ଗ ଗାଁରୁ ଗିରଫ ହୋଇଛନ୍ତି। କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ତାଙ୍କୁ ହାତକଡି ଲଗାଇଛି। କେବଳ ଶର୍ମିଷ୍ଠା ନୁହେଁ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ମଧ୍ୟ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚ ମିଳିତ ଉଦ୍ୟମରେ ଉଭୟଙ୍କୁ ଗିରଫ କରାଯାଇଛି ।ଆଜି ଚାନ୍ଦବାଲି ଜେଏମଏଫସି କୋର୍ଟରେ ଉଭୟଙ୍କୁ ହାଜର କରାଯିବ । ଏହାସହ ଦୁଇଜଣଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଯୋଜନା କରିଛି କ୍ରାଇମବ୍ରାଞ୍ଚ ।ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର ଏବେ କ୍ରାଇମ୍‌ବ୍ରାଞ୍ଚ ପାଖରେ । ହତ୍ୟା ମାମଲାର ଟିକିନିଖି ଯାଞ୍ଚ କରୁଛି କ୍ରାଇମ୍‌ବ୍ରାଞ୍ଚ । ଏହିକ୍ରମରେ ରବିବାର ଦିନ୍‌ କ୍ରାଇମ୍‌ବ୍ରାଞ୍ଚ ଏକ ଟିମ୍‌ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲା । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ଯ୍ୟନ୍ତ ନେଇଥିଲେ ହତ୍ୟାକାରୀ ।ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: