ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ

ପ୍ରିଜମ ନ୍ୟୁଜ ବ୍ୟୁରୋ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ମୋଟ ୬୮ ଟି ବ୍ଲକର ୧୫୧୪ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦,୪୩୬ ବୁଥର ବ୍ୟବସ୍ଥା କରାଯାଇଥିଲା। ଏନେଇ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଶୁକ୍ରବାର ନିର୍ବାଚନ ପର୍ଯ୍ୟାୟରେ ମୋଟ ୬୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟ ଥିବା ବେଳେ ପ୍ରାରମ୍ଭିକ ସୂଚନା ଅନୁସାରେ ରାଜ୍ୟରେ ମୋଟ୍ ୭୧ ପ୍ରତିଶତ ମତଦାନ ହୋଇଛି। କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ କିଛି ବୁଥରେ ନିର୍ବାଚନ ପକ୍ରିୟା ବାଧାପ୍ରାପ୍ତ ହୋଇଛିା ଏହା ବ୍ୟତୀତ ବାଲଟ ପେପର ତ୍ରୁଟି ପାଇଁ ଦୁଇ ତିନୋଟି ସ୍ଥାନରେ ପୁନଃ ନିର୍ବାଚନ ଆବଶ୍ୟକ ହୋଇପାରେ। ଏ ସମ୍ପର୍କରେ ସଂପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇଲା ପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: