ଅପରାହ୍ନରେ କୋଭିଡ ବୈଠକ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଅପରାହ୍ନରେ କୋଭିଡ ବୈଠକ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପ୍ରିଜମ ନ୍ୟୁଜ ବ୍ୟୁରୋ: ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ। ଏହାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ କୋଭିଡ୍‌କୁ କିଭଳି ମୁକାବିଲା କରାଯାଇ ପାରିବ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନ ୫.୩୦ରେ କୋଭିଡ୍‌ ସମୀକ୍ଷା ବୈଠକ କରିବେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ସଚିବ ଉପସ୍ଥିତ ରହିବେ। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବୈଠକରେ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ହୋଇପାରେ।

ଅନ୍ୟପଟେ, ସଂକ୍ରମଣ ବୃଦ୍ଧି ପାଉଥିବାରୁ ବୁଷ୍ଟର ଡୋଜ୍‌ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଶୁକ୍ରବାରଠୁ ୧୮ ରୁ ୫୯ ବର୍ଷର ଲୋକଙ୍କୁ ବୁଷ୍ଟର ଡୋଜ୍‌ ମାଗଣାରେ ଦିଆଯିବ। ରାଜ୍ୟରେ ପାଖାପାଖି ୩୦୦୦ଟି ସରକାରୀ ଟିକାକରଣ କେନ୍ଦ୍ର ରହିଛି। ସେଇଠି ୭୫ ଦିନ ପର୍ଯ୍ୟନ୍ତ ମାଗଣାରେ ଟିକାକରଣ କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: