ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ପ୍ରିଜମ ନ୍ୟୁଜ ବ୍ୟୁରୋ: ରାଜ୍ୟରେ ସକ୍ରିୟ ରହିଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆଜି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଉ କିଛି ଜିଲ୍ଲାରେ କୁଆ-ପଥର ସହ ବର୍ଷା ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ବର୍ଷା ହେବ । ଏ ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।ଭଦ୍ରକ, ବାଲେଶ୍ଵର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର,ବରଗଡ଼, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ କୁଆପଥର ବର୍ଷା ହୋଇପାରେ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: