୮୨ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବର୍ଷିୟାନ ଅଭିନେତ୍ରୀ ଝରଣା ଦାସ

୮୨ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବର୍ଷିୟାନ ଅଭିନେତ୍ରୀ ଝରଣା ଦାସ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆଖିବୁଜିଲେ ବର୍ଷିୟାନ ଅଭିନେତ୍ରୀ ଝରଣା ଦାସ। ୮୨ ବର୍ଷ ବୟସରେ ଗୁରୁବାର ରାତି ୨ଟା ୩୦ରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।କଟକ ଚଣ୍ଡିଛକ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି।‘ଜୟଦେବ’ ପୁରସ୍କାରପ୍ରାପ୍ତ ବର୍ଷିୟାନ ଅଭିନେତ୍ରୀ ଝରଣା ଦାସ ବେତାରରେ ବେଶ ଲୋକପ୍ରିୟ ହେବା ପରେ ଷାଠିଏ ଦଶକରେ ସେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ। ଶ୍ରୀଜଗନ୍ନାଥ, ନାରୀ, ଅଦିନମେଘ, ଅମଡ଼ାବାଟ, ଅଭିନେତ୍ରୀ, ମହ୍ଲାଜହ୍ନ, ହିସାବନିକାଶ, ପୂଜାଫୁଲ, ଆ ଜହ୍ନରେ ଲେଖିବା ନାଆଁ ଏବଂ ହୀରାନୀଳା ଆଦି ସିନେମାରେ ଅଭିନୟ କରି ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ଏହାସହ ସେ ଅନେକ ଧାରାବାହିକରେ ମଧ୍ୟ ଅଭିନୟ କରିଛନ୍ତି। ତାଙ୍କର ଦୁଇ ପୁତ୍ର ଅଛନ୍ତି।

୧୯୪୫ ମସିହାରେ କଟକର ଚାନ୍ଦିନି ଚୌକରେ ଝରଣା ଦାସଙ୍କ ଜନ୍ମ । ସମେସ୍ତ ତାଙ୍କୁ ଶ୍ରଦ୍ଧାରେ ଡାକୁଥିଲେ ଝୁମୁ । ଝରଣାଙ୍କ ଘରେ ସେମାନେ ଥିଲେ ଦଶ ଭାଇ ଭଉଣୀ । ବିନା ତାଲିମରେ ସ୍କୁଲରେ ପଢୁଥିବା ସମୟରେ ଆକାଶବାଣୀ କଟକର ‘ଶିଶୁ ସଂସାର’ କାର୍ଯ୍ୟକ୍ରମରେ ଭାଗ ନେଉଥିଲେ । ୧୯୬୪ ମସିହାରେ ନିର୍ମିତ କଥାଚିତ୍ର ଅମଡା ବାଟ ମାଧ୍ୟମରେ ଓଡ଼ିଆ କଥାଚିତ୍ର ଜଗତରେ ପାଦ ଥାପିଥିଲେ ଝରଣା । ୧୯୬୫ ମସିହାରେ ନିର୍ମିତ ଚଳଚ୍ଚିତ୍ର ମଲାଜହ୍ନରେ ସତୀ ଭୂମିକାରେ ଅଭିନୟ କରି, ସେ ହାସଲ କରିଥିଲେ ଲୋକପ୍ରିୟତା । ଚଳଚ୍ଚିତ୍ର ବ୍ୟତୀତ, ସେ ଆକାଶବାଣୀ ଓ ଦୂରଦର୍ଶନ ସହିତ ମଧ୍ୟ ଜଡ଼ିତ ଥିଲେ । ହରେକୃଷ୍ଣ ମହତାବଙ୍କ ଉପରେ ନିର୍ମିତ ଏକ ବୃତ୍ତଚିତ୍ରରେ ସେ ମଧ୍ୟ ନିର୍ଦ୍ଦେଶନା ଦେଇଥିଲେ । ସେ “ଘର ଭଡ଼ା ଦିଆ ଯିବ” ଓ “ମଣିଷ” ଆଦି କାର୍ଯ୍ୟକ୍ରମରେ ଅଭିନୟ କରିଥିଲେ ।ତାଙ୍କର ଶେଷକୃତ୍ୟ ଗୋରାକବରଠାରେ ସଂପନ୍ନ ହେବ ବୋଲି ସୂଚନା ମିଳିଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: