ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଜିଠୁ ଆସନ୍ତା 5 ଦିନ ଯାଏ ପ୍ରବଳ ବର୍ଷା ହେବ, ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍

7 Day’s #weather #forecast for #Capital City starting from today (14th June 2021)

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ଆସନ୍ତା 19 ତାରିଖ ଯ।ଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର (Meteorological Centre, Bhubaneswar)।  ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ର (Scientist-E Dr. H.R. Biswas)ପକ୍ଷରୁ କୁହାଯାଇଛି ଯେ, ଦକ୍ଷିଣ ଓଡ଼ିଶାରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାର ସ୍ଥାନେ ସ୍ଥାନେ ବଡ଼ ବର୍ଷା ହେବ ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଏବଂ ନୂଆପଡ଼ାରେ ଭାରି ବର୍ଷା ହେବ  । ଏହି ସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି  ।

ଆସନ୍ତାକାଲି ପାଇଁ ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।  ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଆସନ୍ତା୨୪ ଘଣ୍ଟା ପାଇଁ ରାଜଧାନୀ ଭୁବନେଶ୍ୱରର ଆକାଶ ମେଘୁଆ ରହିଛି ।  ଏପରିକି ଭୁବନେଶ୍ୱରର (Bhubaneswar, City in Odisha) ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *